State
🔍

ଜିଲ୍ଲାସ୍ତରୀୟ କୃଷକ ଦିବସ ପାଳିତ

ପାରଳାଖେମୁଣ୍ଡି,୨୦।୪(ନି.ପ୍ର): ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ବି.ଏନ୍.ପ୍ୟାଲେସ ରାସ୍ତା ନିକଟରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତରଫରୁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ କୃଷକ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ନିକଟସ୍ଥ ଚାଷ ଜମିରେ ପାରମ୍ପରିକ ରୀତିନୀତି ପ୍ରକାରେ ପୂଜାର୍ଚ୍ଚନା ଓ ଭୂମିପୂଜନ କାର୍ଯ୍ୟକ୍ରମ କରାଯାଇ ଅଖିମୁଠି ଅନୁକୂଳ କରାଯାଇଥିଲା । ଏହି କାର୍ୟ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନି ମାଝୀ, ଜିଲ୍ଲାମୁଖ୍ୟ କୃଷି ଅଧିକାରୀ ଏମ ପ୍ରକାଶ ରାଓ, ଜିଲ୍ଲା କୃଷି ଅଧିକାରୀ ରବୀନ୍ଦ୍ର କୁମାର ଆଡ଼େକ, କୃଷି ଅଧିକାରୀ ଆର୍ ଉଦୟଗିରି ବି.ଏନ.ମଙ୍ଗରାଜ, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଜଳ ବିଭାଜିକା ସୁରେଶ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ଏହାପରେ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନର ଶୋଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ସାଧାରଣ ସଭା ଅନୁଷ୍ଟୀତ ହୋଇଥିଲା । କଟକ ଠାରେ ଅନୁଷ୍ଟୀତ ହୋଇଥିବା ରାଜ୍ୟସ୍ତରୀୟ କୃଷକ ଦିବସର ସିଧାପ୍ରସାରଣ ବ୍ୟବସ୍ଥା କରାଯାଇଥିଲା । ଏଥିରେ ବହୁ ସଂଖ୍ୟାରେ ଚାଷୀ ଯୋଗ ଦେଇଥିଲେ ।

 

lakshya media
Author: lakshya media

Leave a Reply

Your email address will not be published. Required fields are marked *